ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ । ଚଳିତ ସପ୍ତାହ ଶେଷ ଆଡକୁ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି । ସେପଟେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଯେଉଁଥିପାଇଁ ଆଜି ଘଡ଼ଘଡ଼ି ପବନ ନେଇ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ତେବେ ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ପାଇଁ ମାଲକାନାଗିରିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାସହ ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଉଛି ।