ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଲଘୁଚାପ ପ୍ରଭାବରେ ରାଜ୍ଯରେ ବର୍ଷା ଜାରିରହିଥିବା ବେଳେ ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ ଆଜି ପାଇଁ ତୁହାକୁ ତୁହା ବର୍ଷା ନେଇ ସତର୍କତା ଜାରି ହୋଇଛି । ଆଜି ପାଇଁ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଅନ୍ୟ ୨୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ତିନି ଦିନ ଯାଏଁ ରାଜ୍ଯର ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।
ସେହିପରି ଆସନ୍ତା ୨୯ରୁ ସେପ୍ଟେମ୍ବର ୪ ଭିତରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି ।