୧୯ରେ ଆଉ ଏକ ଲଘୁଚାପ, ପ୍ରଭାବରେ ରାଜ୍ୟରେ ପୁଣି ପ୍ରବଳ ବର୍ଷା ସମ୍ଭାବନା
Khabar Odisha:Another-low-pressure-on-the-19th-with-the-effect-of-heavy-rains-in-the-state
ଭୁବନେଶ୍ୱର, ଅଗଷ୍ଟ ୧୬(ଖବର ଓଡିଶା):

ଆସନ୍ତା ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଳଗୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୮ ତାରିଖରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିବ । 

ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୯ ଓ ୨୦ ତାରିଖରେ ରାଜ୍ୟରେ ପୁଣି ଥରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । 

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଡ ବର୍ଷା ହେବାର ସମ୍ଭାବନା ନାହିଁ । ଓଡିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାସହିତ ଭୁବନେଶ୍ୱର ଓ କଟକର ଆଖପାଖ ଅଞ୍ଚଳରେ ଆକାଶ ମେଘୁଆ ରହିବ ।

  • Tags:

Subscribe

National International State Sports Entertainment