ଝାରସୁଗୁଡ଼ା ବେହେରାମାଲରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ମିଶ୍ରଣ ପର୍ବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ବିଜେପି ସାଂସଦ ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଥିଲେ । ଏହି ଅବସରରେ ଶତାଧିକ ବିଜୁ ଜନତା ଦଳର କର୍ମୀ ବିଜେପିରେ ସାମିଲ ହୋଇଛନ୍ତି । ପୁରୁଣା ବସ ଷ୍ଟାଣ୍ଡରୁ ଏକ ବିଶାଳ ରାଲିରେ ବାହାରି ବେହେରାମାଲରେ ପହଞ୍ଚିବା ପରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ଆଗାମୀ ସାଧାରଣ ନିର୍ବାଚନରେ ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବ ବୋଲି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ।