ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପିର ପ୍ରଚାରକ ତାଲିକା ଘୋଷଣା, ତାଲିକାରେ ରହିଛନ୍ତି ୫ କେନ୍ଦ୍ର ମନ୍ତ୍ରୀ ଭୁବନେଶ୍ୱର, ମେ ୧୫(ଖବର ଓଡିଶା): Share story: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେପି । ଏହି ତାଲିକାରେ ୫ରୁ ଅଧିକ କେନ୍ଦ୍ରମନ୍ତ୍ରୀ ସାମିଲ ରହିଛନ୍ତି । ରାଜ୍ୟ ବିଜେପି ପକ୍ଷରୁ ଘୋଷଣା କରାଯାଇଛି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା । ତେବେ ଏହି ତାଲିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ପୀୟୁଷ ଗୋଏଲ, ଅଶ୍ୱିନୀ ବୈଷ୍ଣବଙ୍କ ଭଳି ନେତାଙ୍କ ନାଁ ରହିଛି । ସେହିପରି ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଜୁଏଲ ଓରାମ, ପ୍ରଭାରୀ ପୁରନ୍ଦେଶ୍ୱରୀ, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ରହିଛନ୍ତି । ସେହିପରି ପୂର୍ବଚନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ସାଂସଦ ସୁରେଶ ପୂଜାରୀ, ବସନ୍ତ ପଣ୍ଡା, କନକ ବର୍ଦ୍ଧନ ସିଂହଦେଓ, ଅପରାଜିତା ଷଡଙ୍ଗୀ, ସମ୍ବିତ ପାତ୍ର, ସଙ୍ଗୀତା ସିଂହଦେଓଙ୍କ ନାଁ ରହିଛି । ଏହାସହିତ ରାଜ୍ୟ ବିଜେପିର ଏକାଧିକ ବିଧାୟକଙ୍କ ନାଁ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ରହିଛି । ସୂଚନା ଅନୁସାରେ, ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଅକାଳ ବିୟୋଗ ପରେ ବ୍ରଜରାଜନଗରରେ ଉପନିର୍ବାଚନ ହେଉଛି । ବିଜେଡି ଦିବଙ୍ଗତ ବିଧାୟକ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେପିର ପୂର୍ବଚନ ବିଧାୟକ ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ କରିଛି । ଖବର ଓଡ଼ିଶା, Reporter, 15/05/2022