ଜୋରଦାର ଯାଞ୍ଚ ହେଉଛି । ତେଣୁ ରାକ୍ଷୀ ପୂର୍ଣ୍ଣିମା ପୂର୍ବରୁ ରାଜଧାନୀରେ ମଧ୍ଯ BMC ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ମିଠା ଦୋକାନରେ ଚଢ଼ାଉ କରାଯାଇଛି । ବିଶେଷକରି ବିଭିନ୍ନ କେମିକାଲ୍ ଓ ଅସ୍ୱାସ୍ଥ୍ୟକର ଉପାୟରେ ପ୍ରସ୍ତୁତ ପନିର ବିକ୍ରି ହେଉଛି କି ନାହିଁ, ତା’ ଉପରେ ରହିଛି ଟିମ୍ ର ନଜର ରହିଛି।
ରାଜଧାନୀର ବିଭିନ୍ନ ଅଞ୍ଚଳରେ ଥିବା ମିଠା ଦୋକାନରେ ଯାଞ୍ଚ କରାଯାଉଛି । ମିଠା ପ୍ରସ୍ତୁତିରେ ବ୍ୟବହୃତ ଛେନା, ପନିର ଓ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀର ମାନ ଯାଞ୍ଚ କରୁଛି ସ୍ୱାସ୍ଥ୍ୟ ବିଭାଗ । ନିୟମ ଉଲ୍ଲଂଘନ କିମ୍ବା ନିମ୍ନମାନର ସାମଗ୍ରୀ ମିଳିଲେ ନମୁନା ସଂଗ୍ରହ ସହ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେବା ନେଇ ସୂଚନା ରହିଛି । ପାର୍ବଣ ସମୟରେ ମିଠାର ଚାହିଦା ବଢ଼ୁଥିବାରୁ ନକଲି ଛେନା ଓ ପନିରର କାରବାର ଉପରେ ରୋକ୍ ଲଗାଇବାକୁ ଏହି ଚଢ଼ାଉ ଜାରି ରହିଛି । ଲୋକଙ୍କ ସ୍ୱାସ୍ଥ୍ୟ ସହ ଖେଳୁଥିବା ବ୍ୟବସାୟୀଙ୍କ ବିରୋଧରେ କଡ଼ା ପଦକ୍ଷେପ ନେବା ଉପରେ ବିଏମସି ( BMC) ଗୁରୁତ୍ୱ ଦେଇଛି।