ଭୁବନେଶ୍ୱର: ବର୍ଷାରେ ଭିଜିବ ବାହୁଡା ଯାତ୍ରା । ଆଗାମୀ ତିନି ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ବର୍ଷା ୭ ତାରିଖ ଯାଏଁ ଲାଗି ରହିବ ।ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସକାଳୁ ଝିପି ଝିପି ବର୍ଷା ଲାଗି ରହିଛି । ୭ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରକୋପ ଧୀରେ ଧୀରେ କମିପରେ । ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ବର୍ଷା ଜାରି ରହିଥିବା ବେଳେ ଆହୁରି ୨ଟି ଘୂର୍ଣ୍ଣିବଳୟ ଆଗକୁ ରହିଛି । ଜୁନ୍ ୨୬ରୁ ଜୁଲାଇ ୨ ତାରିଖ ଭିତରେ ରାଜ୍ୟରେ ଯେତିକି ବର୍ଷା ହେବା କଥା ଅଧିକ ହୋଇଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ବାହୁଡା ଯାତ୍ରା ଦିନ ବର୍ଷା ବଢ଼ିପାରେ । ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ସେହିପରି ପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୬ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୨ ଜିଲ୍ଲା ଝାରସୁଗୁଡ଼ା ଓ ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ତାରିଖରେ ପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।