ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କୁ ଭୁବନେଶ୍ବର ଏମ୍ସକୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲେଖିଛନ୍ତି,ପୁରୀ ଜିଲ୍ଲାର ବଳଙ୍ଗା ଠାରେ ଘଟିଯାଇଥିବା ଅଘଟଣ ପାଇଁ ମୁଁ ଗଭୀର ଭାବେ ମର୍ମାହତ । ପୀଡିତାଙ୍କର ସର୍ବୋତ୍ତମ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ସମସ୍ତ ଆବଶ୍ୟକୀୟ ସୁବିଧା ସୁନିଶ୍ଚିତ କରିବେ । ବ୍ୟକ୍ତିଗତ ଭାବେ ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଝିଅଟିର ତ୍ୱରିତ ଆରୋଗ୍ୟ କାମନା ନିମନ୍ତେ ପ୍ରାର୍ଥନା କରୁଛି।
ସୂଚନାଯୋଗ୍ୟ ଗତକାଲି ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଏକ ନାବାଳିକାକୁ ୩ ରୁ ୪ ଜଣ ଯୁବକ ନାବାଳିକାଙ୍କୁ ଅଟକାଇ କିରୋସିନ୍ ଢ଼ାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ନାବାଳିକା ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି। ଆଜି ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି।