ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଆଜି ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆଜି ମାର୍ଗଶୀର ଶୁକ୍ଳ ଦ୍ୱାଦଶୀ ତିଥି ପଡୁଥିବାରୁ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ଏକ ଗୁପ୍ତ ନୀତି। ସେଥିପାଇଁସନ୍ଧ୍ୟା ୬ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ୪ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ସନ୍ଧ୍ୟାରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି କରିବେ।
ପ୍ରାକୃତିକ ରଙ୍ଗରେ ଶ୍ରୀଜୀଉ ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ, ଶ୍ରଦ୍ଧାଳୁ। ଶ୍ରୀମୁଖ ଶୃଙ୍ଗାର ପରେ ଶ୍ରୀଜୀଉଙ୍କ ମୁଖମଣ୍ଡଳ ଅତି ଆକର୍ଷଣୀୟ ଓ ମନଲୋଭା ଦେଖାଯାଇଥାଏ।