ପୁରୀ: ଆଜି ବୁଧବାର ଫାଲଗୁନ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀ ମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ନୀତି କରାଯିବ । ସେଥିପାଇଁ ୫ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
ବନକଲାଗି ହେଉଛି ଶ୍ରୀଜୀଉଙ୍କର ଏକ ଗୁପ୍ତ ନୀତି । ଏହି ନୀତି ସମୟରେ ଭକ୍ତମାନେ ଶ୍ରୀଜୀଉଙ୍କ ଦର୍ଶନ ପାଇବାରୁ ବଞ୍ଚିତ ହୋଇଥାନ୍ତି । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନଙ୍କ ଦ୍ୱାରା ଏହି ନୀତି କରାଯିବ । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ । ଏହି ନୀତି ପରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇଥାନ୍ତି ।
ଅଧିକ ପଢ଼ନ୍ତୁ: ଶ୍ରୀଜିଉଙ୍କୁ ଦର୍ଶନ କଲେ ସୁପ୍ରିମକୋର୍ଟ ପୂର୍ବତନ ପ୍ରଧାନ ବିଚାରପତି ଡି ୱାଇ ଚନ୍ଦ୍ରଚୂଡ଼