ବଲାଙ୍ଗିର ଜିଲ୍ଲାର ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମେହେରମୁଣ୍ଡା ଠାରେ କେନ୍ଦ୍ର ସରକାରଙ୍କର ଦ୍ୱାରା ବେଟୀ ବଚାଓ ବେଟୀ ପଢ଼ାଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଯୋଗଦେଇ ସଚେତନତା କାର୍ଯ୍ୟକ୍ରମ କୁ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ତଥା ସିନେତାରକା ସିଦ୍ଧାନ୍ତ ମହାପାତ୍ର ଯୋଗଦେଇ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ପରିଚାଳିତ ବେଟୀ ବଚାଓ ବେଟୀ ପଢ଼ାଓ ଯୋଜନା ଉପରେ ନିଜ ମତାମତ ରଖିବା ସହିତ ସ୍ୱଳ୍ପ ଦିନର ବିଜେପି ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ଉପରେ ଜନସାଧାରଣଙ୍କୁ ସଚେତନ କରିଥିଲେ। ଏହାପରେ ଜନ ସମ୍ପର୍କ ସହ ସଦସ୍ୟତା ସଂଗ୍ରହ କାର୍ଯ୍ୟକ୍ରମରେ ଉଭୟ ଅତିଥି ଯୋଗ ଦେଇଥିଲେ।