କଟକ: ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର। ମେ’ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ଫଳାଫଳ। ମାର୍ଚ୍ଚ ୧୯ରୁ ଏଥିପାଇଁ ମୂଲ୍ୟାୟନ ଆରମ୍ଭ ହେବ। ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ଦେଖା ହେବ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା।
ଫେବ୍ରୁଆରୀ ୧୯ ତାରିଖରୁ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା। ଚଳିତ ବର୍ଷ ରାଜ୍ୟର ୫ ଲକ୍ଷ ୬୦ ହଜାର ୫୧୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ଫେବ୍ରୁଆରୀ ୧୯ ତାରିଖ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା, ୨୧ ତାରିଖରେ ଇଂରାଜୀ, ୨୩ ତାରିଖରେ ସଂସ୍କୃତ/ହିନ୍ଦୀ, ୨୫ ତାରିଖରେ ବିଜ୍ଞାନ, ୨୭ ତାରିଖରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେଉଥିବା ବେଳେ, ମାର୍ଚ୍ଚ ୨ ତାରିଖରେ ଗଣିତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ।
ଗତବର୍ଷ ଭଳି ପ୍ରଶ୍ନପତ୍ରରେ କ୍ୟୁ ଆର କୋଡ ଓ ୱାଟର ମାର୍କ ରଖିଛି ବୋର୍ଡ। ଯାହାକି ପ୍ରଶ୍ନପତ୍ର ଭାଇରାଲ ହେଲେ ସହଜରେ ଜାଣିହେବ। ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ କମାଣ୍ଡ କଣ୍ଟ୍ରୋଲ ରୁମ ହେଉଥିବା ବେଳେ ସମସ୍ତ ପରୀକ୍ଷା କେନ୍ଦ୍ର ଓ ନୋଡାଲ ସେଣ୍ଟର ଏହି ଠାରୁ କଣ୍ଟ୍ରୋଲ କରିବାର ବ୍ୟବସ୍ଥା ଗ୍ରହଣ କରାଯାଇଛି।
ଅଧିକ ପଢନ୍ତୁ: ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ପରୀକ୍ଷାକେନ୍ଦ୍ରକୁ ଯାଇ ସ୍ଥିତି ପରଖିଲେ ଗଣଶିକ୍ଷାମନ୍ତ୍ରୀ