ଟ୍ରକ୍ ସହ ବାଇକ ମୁହାଁ ମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୨ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଯାଇଛି । କନ୍ଧମାଳ ଜିଲ୍ଲା ଫୁଲବାଣୀ ବାଲିଗୁଡା ମୁଖ୍ୟ ରାସ୍ତାର ଫିରିଙ୍ଗିଆ ହାଇସ୍କୁଲ ନିକଟରେ ଘଟିଛି ଏହିଭଳି ଦୁର୍ଘଟଣା । ବାଇକ ସହ ଧକ୍କା ହୋଇଥିଲା ଟ୍ରକ । ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁଯାୟୀ,ସୋମବାର ଫିରିଙ୍ଗିଆରୁ ବାଲିଗୁଡାକୁ ଏକ ଟ୍ରକ ଯାଉଥିଲା । ବାଲିଗୁଡାରୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହାଫଳରେ ବାଇକ ଆରୋହୀ ୨ ଜଣ ରାସ୍ତାରେ ପଡିଯାଇ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଯାଇଥିଲା । ଏହାଦେଖି ସ୍ଥାନୀୟ ଲୋକେ ଅଗ୍ନିଶମବାହିନୀଙ୍କୁ ଖବର ଜଣାଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ଗୁରୁତର ଦୁଇ ବାଇକ ଆରୋହୀଙ୍କୁ ଫିରିଙ୍ଗିଆ ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଗୁରୁତର ହୋଇଯିବାରୁ ସେମାନଙ୍କୁ ଫିରିଙ୍ଗିଆରୁ ଫୁଲବାଣୀ ଜିଲା ମୁଖ୍ୟଚିକିତ୍ସାଲୟକୁ ସ୍ଥାନାନ୍ତର କରାଯାଇଥିଲା ।