କଟକରେ ପୁଣି ଘଟିଛି ଏକ ଚାଞ୍ଚଲ୍ୟକର ସଡ଼କ ଦୁର୍ଘଟଣା। ବାଦାମବାଡ଼ି ଥାନା ଅଞ୍ଚଳର ମଲାଚଣ୍ଡିଆ ଛକ ନିକଟରେ ଏକ ‘ଆମ ବସ୍’ ବାଇକ୍ ଆରୋହୀଙ୍କୁ ଧକ୍କା ଦେବା ପରେ ତାଙ୍କ ଉପରେ ଚଢ଼ିଯାଇଥିବା ଅଭିଯୋଗ ହୋଇଛି। ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିବାବେଳେ ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଏସ୍ସିବି ମେଡିକାଲ୍କୁ ପଠାଇଥିଲେ।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଦୁର୍ଘଟଣା ପରେ ବସ୍ ଚାଳକ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିଲେ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା।
ଖବର ପାଇ ବାଦାମବାଡ଼ି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ବସ୍କୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଫେରାର୍ ଡ୍ରାଇଭରଙ୍କୁ ଧରିବା ପାଇଁ ପୁଲିସ ଖୋଜାଖୋଜି ଚଳାଇଛି। ଦୁର୍ଘଟଣାର ପ୍ରକୃତ କାରଣ ତଦନ୍ତ ପରେ ସ୍ପଷ୍ଟ ହେବ।