ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଘଟିଛି ଏକ ଅଭାବନୀୟ ଘଟଣା ଘଟିଛି । ବୈତରଣୀ ନଦୀ କୂଳରୁ ମେଗା ପାନୀୟ ଜଳ ପ୍ରକଳ୍ପର ସୁରକ୍ଷା କର୍ମୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୁତ୍ୟୁ ପରେ ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ ଆଣିଛନ୍ତି । ମୃତକ ଶୁକଦେବ ସାହୁ । ପୋଲିସ ଘଟଣାର ତଦନ୍ତ ଜାରି କରିଛି ।
ସୂଚନା ଅନୁସାରେ, ରବିବାର ଶୁକଦେବ ଆନନ୍ଦପୁର ବ୍ୟାରେଜ ନିକଟରେ ଥିବା ମେଗା ପାନୀୟ ଜଳ ପ୍ରକଳ୍ପକୁ କାର୍ଯ୍ୟ କରିବା ପାଇଁ ଆସିଥିଲେ । କିନ୍ତୁ ଆଉ ଘରକୁ ଫେରିନଥିଲେ । ଆଜି ସକାଳୁ ସ୍ଥାନୀୟ ଲୋକ ଶୁକଦେବଙ୍କ ମୃତଦେହ ବୈତରଣୀ ନଦୀ କୂଳରେ ପଡ଼ିଥିବାର ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ହତ୍ୟା ଅଭିଯୋଗ ଆଣିଛନ୍ତି । ପୋଲିସ ଏହି ଘଟଣାର ତଦନ୍ତ ଜାରି କରିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।
ଅଧିକ ପଢ଼ନ୍ତୁ: ରାଜଧାନୀରେ ମୋ ବସ୍ ଦୁର୍ଘଟଣା ଘଟଣା : ଝିଅ ପରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ମାଆ