ଭୁବନେଶ୍ଵର: ଭୁବନେଶ୍ଵର ବୁଦ୍ଧ ପାର୍କ ନିକଟରେ ଅଭାବନୀୟ ଘଟଣା ଘଟିଛି। ଯୁବତୀଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ପାର୍କ ନିକଟରେ ଜଣେ ଯୁବକ ଓ ଯୁବତୀଙ୍କ ମଧ୍ୟରେ ସାମାନ୍ୟ ଝଗଡାକୁ ନେଇ ବଚସା ହୋଇଥିଲା। ଝଗଡା ଏତେ ଉଗ୍ର ରୂପ ଧାରଣ କରିଥିଲା ଯେ, ଯୁବକ ଜଣକ ଉତକ୍ଷିପ୍ତ ହୋଇ ଛୁରୀରେ ଯୁବତୀଙ୍କ ବେକ କାଟିବାକୁ ଉଦ୍ୟମ କରିଥିଲା। ପରେ କିଛି ସ୍ଥାନୀୟ ଲୋକ ଯୁବକ ଜଣଙ୍କୁ କାବୁ କରି ଚନ୍ଦ୍ରଶେଖରପୁର ପୁଲିସର ଜିମା ଦେଇଛନ୍ତି।
ଅନ୍ୟପଟେ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ଘର ଦାର୍ଜିଲିଂ ଅଞ୍ଚଳରେ ହୋଇଥିବାବେଳେ ଭୁବନେଶ୍ୱରରେ ମୋମୋ ଦୋକାନ ଦେଇଥିଲେ। ଯୁବତୀ ଜଣକ ଅନ୍ୟ ଜଣେ ଯୁବକଙ୍କୁ ଭଲ ପାଉଥିବା ସନ୍ଦେହରେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ସେପଟେ ପୁଲିସ୍ ଅଭିଯୁକ୍ତକୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି।
ଅଧିକ ପଢନ୍ତୁ: ଲିଫ୍ଟ ଦେବାକୁ କହି କଲେଜ ଛାତ୍ରୀଙ୍କୁ ଅପହରଣ; ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ