ଅନୁଗୋଳ ଜିଲ୍ଲା ଏନ୍ଏଚ୍ ୫୫ ଜରପଡ଼ା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାଗ୍ରସ୍ତ ବାଲି ବୋଝେଇ ହାଇୱାକୁ ଧକ୍କା ଦେଲା ବସ୍। ଦୁର୍ଘଟଣାରେ ବସ୍ ଡ୍ରାଇଭର ର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ ଡଲଫିନ୍ ନାମକ ଏକ ଘରୋଇ ନାଇଟ କୋଚ୍ ବସ୍ ପ୍ରାୟ ୩୦ ଜଣ ଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିଲା। ଆଜି ଭୋର ୪ଟା ସମୟରେ ବସ୍ଟି ଦୁର୍ଘଟଣାଗ୍ରସ୍ତ ହାଇୱାକୁ ଧକ୍କା ଦେଇଥିଲା। ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ବସ୍ର ସମ୍ମୁଖ ଅଂଶଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।