ଭାରସାମ୍ୟ ହରାଇ ଓଲଟିଲା ବରଯାତ୍ରୀ ବସ। ଏହି ଦୁର୍ଘଟଣା ଫଳରେ ୨୦ରୁ ଉର୍ଦ୍ଧ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ତୁରନ୍ତ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଜଗତସିଂହପୁର-ବାଲିକୁଦା ଥାନା ଶୋଭା ଗାଁ ନିକଟରେ ଘଟିଛି। ପୋଲିସ ଘଟଣାସ୍ଥଳରେ ପହଂଚି ଘଟଣାର ତଦନ୍ତ କରୁଛି।
ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଏକ ଘରୋଇ ବସ୍ ବୁଦ୍ଧିସାହି ଗାଁରୁ ବରଯାତ୍ରୀ ନେଇ ଧନୁହର ବେଲାରୀ ଗାଁକୁ ଆସୁଥିଲା। ଏହି ସମୟରେ ଗାଡିଟି ଜଗତସିଂହପୁ ସିଂହପୁର-ବାଲିକୁଦା କୁଦା ଥାନା ଶୋଭା ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିପଡିଥିଲା। ଯାହାଫଳରେ ଗାଡିରେ ଥିବା କିଛି ଯାତ୍ରୀ ଗୁରୁତର ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ଦୁର୍ଘଟଣାଗ୍ରସ୍ତ ବସ୍ରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। କେତେକ ଯାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଅତ୍ୟଧିକ ବିଗିଡ଼ିବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।