ଭୁବନେଶ୍ୱର : ସୋମବାର ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହ ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଛନ୍ତି । ଲୋକଙ୍କ ସମସ୍ୟାର ସମାଧାନ, ଲୋକଙ୍କ ସରକାର ପ୍ରାଥମିକତା ଦେବେ । ଏହାକୁ ଗୁରୁତ୍ଵ ଦେଇ ଅଭିଯୋଗର ଯଥାଶୀଘ୍ର ସମାଧାନ ଏବଂ ନ୍ୟାୟ ପ୍ରଦାନ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ୧ହଜାର ଦରଖାସ୍ତ ପଞ୍ଜିକୃତ ହୋଇଛି । ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ ବିଭିନ୍ନ ବିଭାଗକୁ ପଠାଯାଇଛି। ଆଜି ଯାଏଁ ମୋଟ ୮୦୩୧ ଦରଖାସ୍ତ ମିଳିଥିବାବେଳେ ୬ ହଜାର ୫୪୫ ଅଭିଯୋଗର ସମାଧାନ ହୋଇଛି। ଯେତିକି ଅଭିଯୋଗ ଆସିଛି ବିଭିନ୍ନ ବିଭାଗ ସହ ଆଲୋଚନା କରି ସମାଧାନ କରାଯାଉଛି। ପ୍ରାୟ ୮୧ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି । ଯେଉଁ ଜନସାଧାରଣ ଅଭିଯୋଗ କରିବାକୁ ଆସିଥିଲେ ସେମାନଙ୍କର ଲୋକଙ୍କର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ସମ୍ପୂର୍ଣ ଭରସା ବିଶ୍ୱାସ ରହିଛି । ସେମାନଙ୍କର ଯାହାବି ସମସ୍ୟା ରହିଛି ଖୁବ ଶୀଘ୍ର ଏ ସରକାର ସମାଧାନ କରିବେ ।
ଏଥିସହ ପରିଶେଷରେ ଭୁବନେଶ୍ୱର ନ ଆସି ନିଜ ଜିଲ୍ଲାର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅପିଲ କରିଛନ୍ତି। ଭୁବନେଶ୍ୱର ଆସି ଅଯଥା ଖର୍ଚ୍ଚ ନକରି ଜିଲ୍ଲାସ୍ତରରେ ଅଭିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅଧିକ ପଢନ୍ତୁ :- ବଦଳିଲା ବର୍ଣ୍ଣବୋଧ ପୁସ୍ତକର ରୂପରେଖ