ଖବର ଓଡ଼ିଶା: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ରାଜ୍ୟବାସୀ ଉଦ୍ଦେଶ୍ୟରେ ଅଭିଭାଷଣ ରଖିଛନ୍ତି । ତାଙ୍କର ଅଭିଭାଷଣରେ ରାଜ୍ୟର ଯୁବକମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ଆଗାମୀ ଦିନରେ ରାଜ୍ୟରେ ଖାଲି ପଡ଼ିଥିବା ଦେଢ଼ ଲକ୍ଷ ସରକାରୀ ପଦବି ପୂରଣ ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ଶ୍ରୀଯୁକ୍ତ ମାଝୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମାଜର ସାମଗ୍ରିକ ବିକାଶ ପାଇଁ ଲକ୍ଷ୍ୟ ରଖାଯାଇଛି । ଆଦିବାସୀଙ୍କ ପାଇଁ ପେଷା ଆଇନ ପ୍ରଣୟନ ଓ ଗ୍ରାମ ସଭା ଦ୍ୱାରା ପଞ୍ଚାୟତରାଜ ବ୍ୟବସ୍ଥାକୁ ସୁଦୃଢ଼ କରିଯିବ । ଶିକ୍ଷା, ସ୍ୱାସ୍ଥ୍ୟ, ଶିଳ୍ପାୟନ, ନିଯୁକ୍ତି, ଦକ୍ଷତା ବିକାଶ ଏବଂ ଗରୀବ ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଆଗାମୀ ଦିନରେ ରାଜ୍ୟରେ ଖାଲି ପଡ଼ିଥିବା ଦେଢ଼ ଲକ୍ଷ ସରକାରୀ ପଦବି ପୂରଣ ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ଶ୍ରୀଯୁକ୍ତ ମାଝୀ କହିଛନ୍ତି । ରାଜ୍ୟର ଯୁବକ ଓ ଯୁବତୀ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ ।
୨୦୩୬ ସୁଦ୍ଧା ଓଡ଼ିଶାକୁ ବିକଶିତ କରିବାକୁ ଲକ୍ଷ୍ୟ ରହିଛି । ଦେଶର ବିକାଶର ରେଳ ଗାଡ଼ିରେ ଓଡ଼ିଶା ପ୍ରଥମ ବଗି ଭାବେ ପ୍ରମୁଖ ଭୂମିକା ଗ୍ରହଣ କରିବ । ଦକ୍ଷିଣ-ପୂର୍ବ ଏସିଆର ଦ୍ୱାର ଦେଶ ଭାବେ ଓଡ଼ିଶାକୁ ବିକଶିତ କରିବାକୁ ଲକ୍ଷ୍ୟ ରଖାଯାଇଛି । ୪୮୦ କିଲୋମିଟର ସୁଦୀର୍ଘ ବେଳା ଭୂମିର ବିକାଶ ପାଇଁ ବନ୍ଦର ଓ ବନ୍ଦର ଭିତ୍ତିକ ବିକାଶ କରାଯିବ । ନୂତନ ରେଳ ପଥ ପାଇଁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।