ରାଜ୍ୟରେ ଆଜି ଆଉ ୧୬ ଜଣଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା
Khabar Odisha:COVID19-claims-16-more-lives-in-the-last-24-hours
ଭୁବନେଶ୍ୱର, ନଭେମ୍ବର ୨୫( ଖବର ଓଡ଼ିଶା):

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 16 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1687 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡରୁ 4 ଜଣ ଲେଖାଁଏ କରୋନା ଆକ୍ରାନ୍ତ ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ । ପୁରୀରେ ଆଜି ତିନି ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଅନୁଗୁଳ, ବରଗଡ, ଭଦ୍ରକ, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଖୋର୍ଦ୍ଧା ରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

  • Tags:

Subscribe

National International State Sports Entertainment