ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ଅନ୍ତର୍ଗତ ସୁନପୂର ଗାଁରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ। ଏହାସହିତ ୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ଦୁଇ ଜଣ ଡାଲିଆ ଓ ମୋହିନାମ୍ମା ବୋଲି ଜଣାପଡିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ କରୁଛି।
ସୂଚନା ଅନୁସାରେ, ଆଜି ଦିନ ଦ୍ୱିପ୍ରହର ସମୟରେ ଜଣେ ରୋଗୀକୁ ନେଇ ସୁନପୁରମରୁ ୬ ଜଣ ବ୍ୟକ୍ତି ଏକ କାରରେ ଶ୍ରୀକାକୁଲମକୁ ଯାଉଥିଲେ। ହଠାତ ସେହି ସମୟରେ କାରଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଠିଆ ହୋଇଥିବା ଆଇଚର ଭ୍ୟାନକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହାସହିତ ଅନ୍ୟ ୫ ଜଣ ଗୁରୁତର ଆହତ ହୋଇଥିଲେ। ତେଣୁ ତୁରନ୍ତ ସେମାନଙ୍କୁ ଟେକାଲି ଜିଲ୍ଲା ଡାକ୍ତରଖାନାକୁ ନିଆଯାଇଥିଲା। ଏହାପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।