ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ। ଆସନ୍ତା ୮ ତାରିଖ ଯାଏ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳ ବୈଶାଖୀକୁ ନେଇ ଆଗାମୀ ତିନି ଘଣ୍ଟା ପାଇଁ ୨୬ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା, ଘଡ଼ଘଡ଼ି ସହ ବଜ୍ରପାତ ସମ୍ଭାବନା ରହିଛି। ଏପରିକି ପବନ ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ବଢ଼ିପାରେ। ତେବେ ଅନ୍ୟ ଜିଲ୍ଲାମାନଙ୍କରେହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
Read More >