ଭୁବନେଶ୍ୱର: ପେଟ୍ରୋଲ-ଡିଜେଲ ଦର ପ୍ରତିଦିନ ପରିବର୍ତ୍ତନ ହେଉଛି । ପ୍ରତିଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।
ତେବେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ ହୋଇଥାଏ । ଆଉ ସେହି ଅନୁଯାୟୀ ଦେଶ ତଥା ରାଜ୍ୟମାନଙ୍କରେ ତୈଳ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ .୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୬୯ ପଇସା ରହିଛି ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।