ଭୁବନେଶ୍ୱର : ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଛନ୍ତି। ସ୍ବାସ୍ଥ୍ଯମନ୍ତ୍ରୀଙ୍କୁ ଭେଟି ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ ।
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ଏହାର ସୂଚନା ଦେଇ ଲେଖିଛନ୍ତି, ' ନୂଆଦିଲ୍ଲୀରେ ଆମ ଦଳର ମାନ୍ୟବର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଜୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର ସୁଯୋଗ ମିଳିଲା । ଏହି ଅବସରରେ ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଭାବେ ଆଲୋଚନା କରାଗଲା । ମାନ୍ୟବର ନଡ୍ଡା ଜୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ମାର୍ଗଦର୍ଶନ ଆମକୁ ଅଧିକ ଉତ୍ସାହ ସହ କାର୍ଯ୍ୟ କରିବା ପାଇଁ ପ୍ରେରଣା ଯୋଗାଇବ ।
ମୁଖ୍ଯମନ୍ତ୍ରୀ ଏବଂ ସ୍ବାସ୍ଥ୍ଯମନ୍ତ୍ରୀଙ୍କ ଏହି ବୈଠକ ଓଡ଼ିଶାରେ ସ୍ୱାସ୍ଥ୍ୟସେବା ସେବାକୁ ଉନ୍ନତ କରିବା ଏବଂ ରାଜ୍ୟର ବିକାଶ ଏଜେଣ୍ଡାକୁ ଆଗକୁ ନେବାର ସଂକଳ୍ପକୁ ଆହୁରି ମଜବୁତ କରିବ ବୋଲି ଆଶା କରାଯାଉଛି।