ଭୁବନେଶ୍ବର : ଆସନ୍ତାକାଲି ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ଯମନ୍ତ୍ରୀ । ପ୍ରଭାବିତ ଜିଲ୍ଲା ଗସ୍ତ କରିବା ସହ କ୍ଷୟକ୍ଷତିର ଆକଳନ କରିବେ ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଯାଜପୁର, ଭଦ୍ରକ ସମେତ ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆସନ୍ତାକାଲି ଆକାଶ ମାର୍ଗରୁ ବନ୍ୟା ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଶେଷ କରି ଯାଜପୁର ଓ ଭଦ୍ରକ ଦୁଇଟି ଜିଲ୍ଲାର ବନ୍ୟାଞ୍ଚଳ ପରିଦର୍ଶନ କରିବେ।
ତେବେ ଆସନ୍ତା ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ,କେଉଁଝର ଜିଲ୍ଲାକୁ ଅତ୍ୟନ୍ତ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଓ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ବହିବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି।ସେହିପରି ଖୋର୍ଦ୍ଧା, ଜଗତସିଂହପୁର,କଟକ,କେନ୍ଦ୍ରାପଡ଼ା, ଯାଜପୁର,ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।