ଆକ୍ସନ ମୋଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂଆ ସରକାର ଆସିବା ପରେ ପ୍ରଶାସନିକ ସ୍ଥରରେ ବ୍ୟାପକ ପରିବର୍ତ୍ତନହେଉଛି। ବୁଧବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ଜଣ ଅଫିସର ହଟିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଉପସଚିବଙ୍କ ସମେତ ୭ ସେକ୍ସନ ଅଫିସରଙ୍କୁ ବିଦା କରାଯାଇଛି। ସେହିପରି ୧୫ଜଣ ASOଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ହଟାଯାଇଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ ଦାୟିତ୍ୱ ନେବାର ପ୍ରଥମ ଦିନରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେଠାରେ ସେ କାର୍ଯ୍ୟାଳୟର ପ୍ରଶାସନିକ ବ୍ୟବସ୍ଥା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। କିଛି ଅଫିସର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଦୀର୍ଘ ବର୍ଷ ଧରି କବ୍ଜା କରି ରହିଥିବା ଦେଖିବାକୁ ପାଇଥିଲେ । ତେଣୁ ଆଜି ମୁଖ୍ୟମନ୍ତ୍ରୀଏଭଳି ଏକ ବଡ଼ ପଦକ୍ଷେପ ନେଇଛନ୍ତି ।