ନୂଆଦିଲ୍ଲୀ : ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଛନ୍ତି। ସାକ୍ଷାତ୍ ସମୟରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ଵୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାକ୍ଷାତ୍ ସମ୍ପର୍କରେ ସୂଚନା ଦେଇ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି ଯେ ,‘ଆଜି ମାନନୀୟ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବାର ସୌଭାଗ୍ୟ ଲାଭ କଲି । ଓଡ଼ିଶାର ବିକାଶ ପାଇଁ ତାଙ୍କର ପ୍ରେରଣା ଓ ଅତୁଟ ସମର୍ଥନ ନିମନ୍ତେ କୃତଜ୍ଞ ।
ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ଵୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ ସମୃଦ୍ଧ ଓଡ଼ିଶା, ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ ।