ଭୁୁବନେଶ୍ୱର: ଆଉ ଦିନକ ପରେ ଆସୁଛି ନୂଆ ବର୍ଷ । ସବୁଠୁ ଉତ୍ସବର ମାହୋଲ ପାଇଁ ଚାଲିଛି ସଜବାଜ । ତେବେ ରାଜ୍ୟରେ ରାଜ୍ୟର ପ୍ରଥମ ଥର ସରକାରକୁ ଆସିଥିବା ବିଜେପିର ମୁଖ୍ୟମନ୍ତ୍ରୀ ନିଜର ପ୍ରଥମ ଇଂରାଜୀ ନୂଆବର୍ଷକୁ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଉଭୟ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ସୋମବାର ମୁଖ୍ୟମନ୍ତ୍ରୀ କାର୍ୟ୍ୟା ଳୟ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ଇଂରାଜୀ ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କୌଣସି ଉତ୍ସବ ଓ ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ନିଧନ ଯୋଗୁ ଦେଶରେ ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି । ସେହିପରି ଅଦିନିଆ ବର୍ଷା ଯୋଗୁ ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ଫସଲହାନୀ ଘଟିଛି । ତେଣୁ ଶୁଭେଚ୍ଛୁ ଓ ସମର୍ଥକମାନେ ନବବର୍ଷରେ କୌଣସି ପ୍ରକାରର ଫୁଲତୋଡ଼ା, ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନେଇ ନ ଆସିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଛନ୍ତି।
ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ନୂଆବର୍ଷ ପାଳିବେ ନାହିଁ ବୋଲି ସୂଚନା ଦେଇଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ପାଇଁ ଦେଶରେ ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି । ଏହି ରାଷ୍ଟ୍ରୀୟ ଶୋକକୁ ସମ୍ମାନ ଜଣାଇ ସରକାରୀ ନିୟମ ଅନୁସାରେ କୌଣସି ପ୍ରକାରର ଉତ୍ସବ ପାଳନ କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି । ତେଣୁ ନବବର୍ଷରେ ତାଙ୍କ ନିକଟକୁ କୌଣସି ପ୍ରକାରର ଫୁଲତୋଡ଼ା, ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନନେଇ ଆସିବାକୁ ଶ୍ରୀମତୀ ପରିଡ଼ା ଅନୁରୋଧ କରିଛନ୍ତି