ଭୁବନେଶ୍ୱର : ରବିବାର ଲୋକସେବା ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଭିସି ମାଧ୍ୟମରେ ରାଜ୍ୟରେ ୪୭୧ ଟି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗୃହର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରଥମ ପର୍ଯ୍ୟାୟ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତରାଜ ମନ୍ତ୍ରୀ ରବିନାରାୟଣ ନାୟକ, ମୁଖ୍ଯ ଶାସନ ସଚିବ ମନୋଜ ଆହୁଜା ମଧ୍ଯ ଉପସ୍ଥିତ ଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର, କୋରାପୁଟ ଏବଂ କନ୍ଧମାଳ ଜିଲ୍ଲାର କିଛି ହିତାଧିକାରୀ ଯୋଗ ଦେଇଥିଲେ । କଳାହାଣ୍ଡି ଓ ନୂଆପଡା ଜିଲ୍ଲା ବ୍ୟତୀତ ଆଜି ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ଓ ଦ୍ବିତୀୟ ପର୍ଯ୍ୟାୟରେ ୫୦ ହଜାର ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରାଯାଇଛି। ଆଜି ତୃତୀୟ ପର୍ଯ୍ୟାୟରେ ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି।