ଭୁବନେଶ୍ୱର : ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଓଡ଼ିଶାରେ ଆୟୋଜନ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ସେ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଜଣାଇଛନ୍ତି । ପ୍ରବାସୀ ଭାରତୀୟଙ୍କ ସହ ସାଧାରଣ ଜନତା ଓ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଆୟୋଜନ ଅଧିକ ଭବ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ ନିଜ ଏକ୍ସ ଆକାଉଣ୍ଟରେ ଏନେଇ ପୋଷ୍ଟ କରି ଲେଖିଛନ୍ତି ଯେ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କଲି। ଓଡ଼ିଶାର ବିକାଶକୁ ଗୁରୁତ୍ଵ ଦେଇ ସମସ୍ତ ସହଯୋଗ ଯୋଗାଇଦେଇଥିବାରୁ ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିବା କହିଛନ୍ତି ।