ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ । ଯୋଗ କରିବା ଦ୍ୱାରା ଆମେ ମାନସିକ ସ୍ତରରେ ସୁସ୍ଥ ରହିବା । ଯଦି ଆମେ ଦୌନନ୍ଦିନ ଯୋଗ ଅଭ୍ୟାସ କରିବା ତାହାଲେ ଆମକୁ ରୋଗ ହେବାର ଆସଙ୍କା କମ୍ ଥାଏ । ଏହି ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କରାଯାଇଥିବା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ରାଜ୍ୟର ବିଭିନ୍ନ ସ୍ଥାନରେ ଯୋଗ ଦିବସ ପାଳନର ବ୍ୟବସ୍ଥା ହୋଇଛି। ମନ୍ତ୍ରୀ, ସାଂସଦ, ବିଧାୟକମାନେ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଛନ୍ତି। ନୂଆ ଓଡ଼ିଶା, ସୁସ୍ଥ ଓଡ଼ିଶା ଗଠନରେ ନିଶ୍ଚିତରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେହିପରି ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଯୋଗର ମହତ୍ତ୍ୱ ଏବଂ ଏହାର ସ୍ୱାସ୍ଥ୍ୟ ଉପକାରିତା ଉପରେ ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ଯୋଗ ହେଉଛି ନିଜ ପାଇଁ ଏବଂ ସମାଜ ପାଇଁ । ଯୋଗ ପ୍ରତି ସାରା ବିଶ୍ବ କିପରି ଆକର୍ଷିତ ହୋଇଛି ସେନେଇ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ। ଦିନକୁ ଦିନ ଅଧିକରୁ ଅଧିକ ଲୋକ ଯୋଗାଭ୍ୟାସ କରୁଛନ୍ତି। ଯୋଗ ପ୍ରତି ଆକର୍ଷଣ ବଢ଼ିବାରେ ଲାଗିଛି।
ଅଧିକା ପଢନ୍ତୁ: ସମ୍ବଲପୁରରେ ଯୋଗ ଦିବସ ପାଳିତ