ଭୁବନେଶ୍ୱର : ଆଜି ସାରା ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ। ତ୍ରିରଙ୍ଗା ରଙ୍ଗରେ ରଂଗୀନ ସାରା ଦେଶ। ଆଜି କଟକ ବାରବାଟୀ ଷ୍ଟାଡିୟମଠାରେ ଜିଲ୍ଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହେବ। ଏହି ଜାତୀୟ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା କାର୍ଯ୍ୟକ୍ରମ ରହିଛି। ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ ଏବଂ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ। ଆଜି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ନିଜ ଶକ୍ତି ପ୍ରଦର୍ଶନ କରିବେ। ଏଥି ସହିତ ଭାରତର ବିଭିନ୍ନ ସାଂସ୍କୃତିକ ଝଲକ ମଧ୍ୟ ଦେଖିବାକୁ ମିଳିବ। ଏହାପରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଜିଲ୍ଲାର ବ୍ୟକ୍ତିବିଶେଷ ଏବଂ ଅନୁଷ୍ଠାନ ତଥା ସାଧାରଣତନ୍ତ୍ର ଦିବସ ଅବସରରେ ଆୟୋଜିତ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ। ତେବେ ମୁଖ୍ୟମନ୍ତ୍ରୀଙ୍କ ଆଗମନକୁ ନେଇ ବେଶ ଉତ୍ସାହିତ ଅଛନ୍ତି କଟକବାସୀ।