ଭୁବନେଶ୍ୱର : ଆସନ୍ତା ଡିସେମ୍ବର ୨୩ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।
ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ଏହି ଦିନ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ରହିଛି। ତେଣୁ ସୋମବାର ଅର୍ଥାତ୍ ୨୩ ତାରିଖରେ ଭୁବନେଶ୍ଵର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ।
ତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।