ଭୁବନେଶ୍ୱର : ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ସଂକ୍ରାନ୍ତରେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣି ଶିବିର ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମରେ ଜଣାଇ ଦିଆଯିବ ବୋଲି ବିଭାଗ ସୂଚନା ଦେଇଛି ।