ଖବର ଓଡିଶା : 18/03/2023
ସାଇକେଲକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ ଚାଲିଗଲା କନେଷ୍ଟବଳଙ୍କ ଜୀବନ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗୁ ଥାନା ଅନ୍ତର୍ଗତ ଝାରବେଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ କନଷ୍ଟେବଲ ଜଣଙ୍କ ହେଲେ ରଘୁନାଥ ମୁର୍ମୁ। ତାଙ୍କ ଘର ମୟୂରଭଞ୍ଜ ଜିଲ୍ଲାର ଯଶିପୁର ଅଞ୍ଚଳରେ। କେନ୍ଦୁଝର ଜିଲ୍ଲାର ତୁରୁମୁଙ୍ଗା ଥାନାରେ କାର୍ଯ୍ୟରତ କନେଷ୍ଟବଳ ରଘୁନାଥ ମୁର୍ମୁ ସାଇକେଲ ଯୋଗେ ଥାନାକୁ ଯାଉଥିବା ସମୟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ୪୯ ନମ୍ବର ଜାତୀୟ ରାଜପଥ ଝାରବେଡା ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି l