ଝାରସୁଗୁଡା : ନବ ଦାସ ହତ୍ୟା ମାମଲାରେ କ୍ରାଇମ ବ୍ରାଞ୍ଚରେ ନବଙ୍କ ପୁଅ-ଝିଅଙ୍କର ବୟାନ ରେକର୍ଡ ହୋଇଛି। ୭ଘଣ୍ଟା ଧରି ବୟାନ ରେକର୍ଡ କରିଛି କ୍ରାଇମବ୍ରାଞ୍ଚ। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ କିଶୋର ଦାସଙ୍କ ଝାରସୁଗୁଡ଼ା ଘରେ ୨ଜଣିଆ କ୍ରାଇମ ବ୍ରାଞ୍ଚ ଟିମ୍ ପହଞ୍ଚି ବୟାନ ରେକର୍ଡ କରିଛନ୍ତି।୨ଜଣିଆ କ୍ରାଇମ ବ୍ରାଞ୍ଚ ଟିମ୍ରେ ଏଏସପି ବିଜୟ ମଲ୍ଲିକ ଏବଂ ଡିଏସପି ଦୀପ୍ତିମୟୀ ମଲ୍ଲିକ ସାମିଲ ହୋଇଥିଲେ। ବୟାନ ରେକର୍ଡ ପରେ ଦୀପାଳି ଓ ବିଶାଲ ଦାସ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଆମ ବୟାନ ଉପରେ ଭଲ ଭାବେ ତଦନ୍ତ ହେବ ବୋଲି ଆଶା ରହିଛି ଏଥିସହ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ ଦାବି କରିବୁ।
ସୂଚନା ଯୋଗ୍ୟ ଯେ ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ଇ-ମେଲରେ ନବ ଦାସଙ୍କ ପତ୍ନୀ ସମୟ ମାଗିଛନ୍ତି। ଇ-ମେଲ ସହ ପୋଷ୍ଟାଲ୍ରେ ଚିଠି କରି ସେ ସମୟ ମାଗିଛନ୍ତି ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଥିବା ଚିଠିରେ ଉଲ୍ଲେଖ କରିଛନ୍ତି। ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରାଯାଇଥିବା ଜଣାପଡ଼ିଛି ।