ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସି ସୁଭଦ୍ରା ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିବେ । ଏହି ଅବସରରେ ରାଜ୍ୟରେ ଖୁସିର ମାହୋଲ ଖେଳିଯାଇଛି । ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ଜନସଭାକୁ ସମ୍ବୋଧିତ କରିବା ସହିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ । ପରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରବଳ ଜନସମାଗମର ସମ୍ଭାବନା ରହିଥିବାବେଳେ କମିଶନରେଟ୍ ପୁଲିସ କିଛି ରାସ୍ତାରେ ଟ୍ରାଫିକ୍ କଟକଣା ଲାଗୁ କରିଛି ।
ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ ହିତାଧିକାରୀମାନେ ଫର୍ମ ଆବେଦନ କରୁଛନ୍ତି । ଏହାର ସୁଯୋଗ ନେଇ ମାତିଲେଣି ସାଇବର ଠକ । ସେଥିପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଯେ, "କିଛି ହିତାଧିକାରୀଙ୍କ ମୋବାଇଲକୁ ଫେକ୍ ଲିଙ୍କ୍ ଆସୁଛି। ତେଣୁ ଏଭଳି ଲିଙ୍କରେ କ୍ଲିକ୍ ନକରିବାକୁ ପରାମର୍ଶ " । କାହାକୁ ନିଜ ଆକାଉଣ୍ଟ ନମ୍ବର ବା ଏଟିଏମର ସବିଶେଷ ତଥ୍ୟ ଦିଅନ୍ତୁ ନାହିଁ ବୋଲି ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।