କଟକ : ଆସନ୍ତା ୯ ତାରିଖରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜିପିି ୱାଇ. ବି .ଖୁରାନିଆ।
ଏହି ସମୀକ୍ଷା ସମୟରେ ତାଙ୍କ ସହ ପୋଲିସ କମିଶନର, ଆଇନଶୃଙ୍ଖଳା ଏଡିଜି, କଟକ ଡିସିପି ମଧ୍ୟ ଉପସ୍ଥିତ ଥିଲେ । ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବା ସହ ବରିଷ୍ଠ ଅଧିକାରୀଙ୍କ ସହ ଡିଜିପି ଆଲୋଚନା କରିଛନ୍ତି । ତେବେ ସମୀକ୍ଷା ପରେ ପୋଲିସ ଡିଜି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଖେଳ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆବଶ୍ୟକ ଅନୁସାରେ ପୋଲିସ ଫୋର୍ସ ଓ ଅଫିସରଙ୍କୁ ମୁତୟନ କରାଯିବ । ସେଥିପାଇଁ ପୋଲିସ ମୁଖ୍ୟାଳୟ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।