ପୁରୀ : ଶ୍ରୀମନ୍ଦିର ଭିତରୁ ଡାଲ୍ଡା ଘିଅ ଜବତକରାଯାଇଛି ।ଜନୈକ ମହାସୁଆର ସେବକଙ୍କୁ ଏନେଇ ପଚରାଉଚରା କରାଯାଇଛି ।ଏହି ଘଟଣା ପରେ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି କହିଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଶ୍ରୀମନ୍ଦିର ଭିତରେ କେବଳ ଓମ୍ଫେଡ୍ ଘିଅ ବ୍ୟବହାର ପାଇଁ ନିର୍ଦ୍ଦେଶ ରହିଛି।
ସୂଚନା ଥାଉକି ପୂର୍ବରୁ ଶ୍ରୀମନ୍ଦିର ମଧ୍ୟକୁ ଓମଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଥିଲେ । ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗକୁ ଜଣାଇ ଦିଆଯାଇଥିଲା l ବରିଷ୍ଠ ସୁପରଭାଇଜର ଏବଂ କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ମଧ୍ଯ ନିର୍ଦ୍ଦେଶ ଦିଆଯାଇଥିଲା । ଏଥିରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ, ଏଣିକି ଅନ୍ୟ ଛାପ ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରିଥିଲେ ।