ଭୁବନେଶ୍ୱର: ଓଡ଼ିଶାରେ ଏପ୍ରିଲ୍ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା। ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଚାଲିବ ଘର ଗଣନା। ଏନେଇ ରାଜସ୍ୱ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ। ତେବେ ମିଳିଥିବା ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବ ପାତ୍ର ଗଣନା ହେବ। ଆଉ ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନଗଣନା। ଏଥିପାଇଁ ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ।
ଯୋଜନା ଅନୁଯାୟୀ, ଜଣେ ଗଣନାକାରୀ ପ୍ରାୟ ୨୦୦ ପରିବାରର ଦାୟିତ୍ୱ ନେବେ ଏବଂ ୬ ଜଣ ଗଣନାକାରୀଙ୍କ କାର୍ଯ୍ୟକୁ ଜଣେ ସୁପରଭାଇଜର ତଦାରଖ କରିବେ। ପ୍ରତି ଗଣନାକାରୀଙ୍କୁ ସେମାନଙ୍କ ସେବା ପାଇଁ ୨୫,୦୦୦ ଟଙ୍କା ଆର୍ଥିକ ପ୍ରୋତ୍ସାହନ ଦିଆଯିବ। ଜଣେ ଲୋକ ନିଜେ ଚାହିଁଲେ ନିଜର ତଥ୍ୟ ଦେଇପାରିବେ, ୱେବସାଇଟ ଜରିଆରେ ପଞ୍ଜିକୃତ ମଧ୍ୟ କରିପାରିବେ। ମୋବାଇଲ ନମ୍ବରରେ ଓଟିପି ବେସଡ୍ ହେବ। ଗୋଟିଏ ନମ୍ବର ଦୁଇ ଥର ବ୍ୟବହାର କରି ପାରିବେନି କି ଆପରୁ ସ୍କ୍ରିନ ସଟ ମଧ୍ୟ ନେଇପାରିବେ ନାହିଁ ୟୁଜର୍ସ।
ରାଜ୍ୟରେ ଜନଗଣନା ପାଇଁ ୬ ମାସ ଆଗରୁ ପ୍ରସ୍ତୁତି ଚାଲିଥିଲା। ଏଥିପାଇଁ ଭୁବନେଶ୍ୱର କଟକରେ ପ୍ରି-ଟେଷ୍ଟ ସରିଛି। ନୂଆ ଘୋଷଣା ହୋଇଥିବା ଏନଏସି ଏବଂ ପୌରପାଳିକା ବାଉଣ୍ଡ୍ରି ଫାଇନାଲ୍ ହୋଇଛି। ଆସନ୍ତା ୩ ମାସ ଧରି ଜନଗଣନା ଅଧିକାରୀଙ୍କୁ ଟ୍ରେନିଂ ଦିଆଯିବ। ତେବେ ମିଳିଥିବା ସୂଚନା ଅନୁସାରେ, ୨୦୦ ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବେ। ୬ ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପରଭାଇଜର ନିଯୁକ୍ତ ହେବେ। ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀଙ୍କୁ ଏହି ଗଣନା କାର୍ଯ୍ୟରେ ନିଯୁକ୍ତ କରାଯିବ।
ଅଧିକ ପଢନ୍ତୁ: ପୁଣି ପ୍ରମିଳା ମଲ୍ଲିକଙ୍କ ଘରେ ବିଜେଡି ନେତାଙ୍କ ମେଳି; ଶଙ୍ଖ ଭବନ ଠାରୁ ମାତ୍ର ୫ ଶହ ମିଟର ଦୂରରେ ବୈଠକକୁ ନେଇ ବଢ଼ିଲା ଚର୍ଚ୍ଚା