କୂଅରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ । ଏପରି ଏକ ଅଭାବନୀୟ ଘଟଣା କେନ୍ଦୁଝର ଜିଲ୍ଲା ବଡ଼ବିଲ ବଙ୍ଗଳା ଛକ ନିକଟରେ ଘଟିଛି ବୋଲି ସୂଚନା ମିଳିଛି । ବୁଧବାର ବଙ୍ଗଳା ଛକ ନିକଟରେ ଥିବା କୂଅରୁ ଜଣେ ଯୁବକଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ସ୍ଥାନୀୟ ଲୋକ, କୂଅରେ ମୃତଦେହ ଭାସୁଥିବା ଦେଖି ଅଗ୍ନିଶମ ବାହିନୀ ଓ ପୋଲିସକୁ ଖବର ଦେଇଥିଲେ । ଖବର ପାଇ, ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି କୂଅରୁ ଯୁବକଙ୍କ ମୃତଦେହକୁ ଉଦ୍ଧାର କରିଥିଲେ । ଉଦ୍ଧାର ହୋଇଥିବା ମୃତଦେହର କୌଣସି ପରିଚୟ ମିଳିନାହିଁ । ପୋଲିସ ଘଟଣାର ତଦନ୍ତ କରୁଛି । କେଉଁ କାରଣରୁ ଯୁବକଙ୍କର ମୃତ୍ୟୁ ହୋଇଛି ।