ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ସହିତ ପହିଲି ଭୋଗ ନୀତି। ପହିଲି ଭୋଗରେ ବିରି, ଗହମଚୂନା, ଘୃତ ପାଗ ହୋଇଥିବା ପିଠା ଏବଂ ଧନୁ ମୁଆଁ ଲାଗି ହୋଇଛି। ଆଜି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଏହି ପହିଲି ଭୋଗ ନୀତି ପାଳନ କରାଯିବ। ରାମକୃଷ୍ଣ ବେନିଭାଇଙ୍କୁ ଆଜି ମା'ଯଶୋଦା ନିଜ ହାତରେ ଖୁଆଇ ଦେବେ। ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।
Read More >