ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ରବିବାର ଅବପାତରେ ପରିଣତ ହୋଇଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବାର ସମ୍ଭାବନା ରହିଥିବା ଜଣାପଡ଼ିଛି। ଅବପାତଟି ଗୋପାଳପୁରଠାରୁ ୨୬୦ କିଲୋମିଟର ଦୂର ପୂର୍ବ ଦକ୍ଷିଣ-ପୂର୍ବ ଦିଗରେ ରହିଛି।
ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପଟି ଅବପାଦର ରୂପ ନେଇଛି। ଏହା ପରେ ଅବପାତ ଅଧିକ ଘନୀଭୂତ ହୋଇ ଉତ୍ତରପଶ୍ଚିମ ଆଡକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଆଡକୁ ମୁହାଁଇବ। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ବର୍ଷା ପାଇଁ ୫ ଜିଲ୍ଲା ଗଂଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ସେଥିପାଇଁ ରାଜ୍ୟବାସୀଙ୍କୁ ସତର୍କ ସୂଚନା ଯାରି କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର।
ଅଧିକା ପଢନ୍ତୁ : ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି