ଭୁବନେଶ୍ୱର : କୃଷି ଭବନରେ ଉପ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା। ପ୍ରାଥମିକ ଆକଳନ ରିପୋର୍ଟ ଅନୁଯାୟୀ, ରାଜ୍ୟରେ ୭୯ ହଜାର ୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି। ୧ ଲକ୍ଷ ୯୯ ହଜାର ୧୭୭ ଏକର ଜମିରେ ଚାଷ କ୍ଷତିଗ୍ରସ୍ତ ହୋଇଛି। କେନ୍ଦ୍ରାପଡ଼ାରେ ୨୩ ହଜାର ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି। ରାଜକନିକା, ଆଳି, ମହlକlଳପଡ଼ା ବ୍ଲକରେ ସର୍ବାଧିକ କ୍ଷତି ହୋଇଛି। ଭଦ୍ରକରେ ୨୪ ହଜାର ୧୧୫ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି। ବାସୁଦେବପୁର, ଚାନ୍ଦବାଲି, ଭଣ୍ଡାରିପୋଖରୀ, ଧାମନଗରରେ କ୍ଷତି ହୋଇଛି ବାଲେଶ୍ବରରେ ୩୧୪୦ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି। ସେହିପରି ମୟୂରଭଞ୍ଜରେ ମୋଟ ୨୩୮୨ ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ।
ତେବେ ବର୍ଷା କମିଲା ପରେ ଫିଲ୍ଡକୁ ଯାଇ ଜିଓ ଟ୍ୟାଗିଂ କରି ସରକାରଙ୍କୁ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, SRC ଓ କୃଷି ବିଭାଗ ନିଷ୍ପତ୍ତି ନେବେ । ଲୋକଙ୍କୁ ଆମେ ଛାଡିବାକୁ ଚାହୁଁନୁ। ଲୋକଙ୍କ ଅଧିକାର ଯାହା ଦରକାର ସରକାର ଯୋଗାଇଦେବେ। SRCଙ୍କ ନୂଆ ଗାଇଡଲାଇନ ଅନୁଯାୟୀ କ୍ଷତିପୂରଣ ଦିଆଯିବ। ଜିଲ୍ଲା ସ୍ତରରୁ ରିପୋର୍ଟ ଆସିଲେ SRCଙ୍କୁ ଦିଆଯିବ। DBT ମାଧ୍ୟମରେ ଲୋକଙ୍କୁ କ୍ଷତିପୂରଣ ଦିଆଯିବ। ଭୁଲ୍ ରିପୋର୍ଟ ନଦେବା ପାଇଁ ସତର୍କ କରାଯାଉଛି। ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବେ ସରକାର । ପୂର୍ବରୁ ଆସିଥିବା ବାତ୍ୟାରେ ୨ ମାସ ଲାଗୁଥିଲା ବିଦ୍ୟୁତ ପୁନଃଉଦ୍ଧାର ପାଇଁ ଶୁକ୍ରବାର ୯୦ % ବିଦ୍ୟୁତ କାମ ସରିଛି।