କେନ୍ଦୁଝରର ପୁରାତନ ଧରଣୀଧର ମହାବିଦ୍ୟାଳୟକୁ ମିଳିଛି ବିଶ୍ଵବିଦ୍ୟାଳୟର ମାନ୍ୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ଏହି ଘୋଷଣା କରିଛନ୍ତି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବି ବିଜ୍ଞପ୍ତି ଜାରି ହୋଇଛି। ବାରିପଦା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ଅଧୀନରେ ଥିବା ଡିଡି କଲେଜ୍ ଏବେ ସ୍ବତନ୍ତ୍ର ଭାବେ ବିଶ୍ବବିଦ୍ୟାଳୟ ହୋଇଛି । ଡିଡି କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ମିଳିବା ପରେ ଉପକୃତ ହେବେ ଜିଲ୍ଲାର ଛାତ୍ରଛାତ୍ରୀ । ଏନେଇ ରାଜ୍ୟ ସରକାର, ମୁଖ୍ୟମନ୍ତ୍ରୀ ଓ 5T ସଚିବଙ୍କୁ ଧନ୍ୟବାଦ ଜଣାଇଛନ୍ତି ଜିଲ୍ଲାବାସୀ । କେନ୍ଦୁଝରର ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଧରଣୀଧର ସ୍ଵୟଂଶାସିତ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ୨୦୧୬ ମସିହାରେ ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ ।