ମଙ୍ଗଳବାର ଦିନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ଗସ୍ତରେ ଆସି ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର-ଦର୍ଶନ ନଗର-ସମ୍ବଲପୁର ଆସ୍ଥା ସ୍ଵତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନଟି ସମ୍ବଲପୁରରୁ ଅଯୋଧ୍ୟା ବାହାରିଥିଲା ବେଳେ ଯାତ୍ରୀମାନେ ଏହି ଟ୍ରେନରେ ଯାଇ ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କରି ପୁଣି ଏହି ଟ୍ରେନ ରେ ଫେରିବାର ଯୋଜନା କରାଯାଇଛି।
ଏହି ଗସ୍ତ ସମୟରେ ଉଭୟ ରେଳ ବିଭାଗ ସହ ଭିଡ଼ିଓ କନଫରେନ୍ସିଂ ଜରିଆରେ ଡ଼ାକ ବିଭାଗର କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ବେଳେ ସନ୍ଥକବି ଭୀମ ଭୋଇ, ଗଙ୍ଗାଧର ମେହେରଙ୍କ ଉପରେ ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ଟି ଡାକ ଟିକେଟ୍ ଡାକ ଟିକେଟ୍ ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ବୁର୍ଲାସ୍ଥିତ ସମ୍ବଲପୁର ବିଶ୍ବବିଦ୍ୟାଳୟର ବିଜୁ ପଟ୍ଟନାୟକ ଅଡ଼ିଟୋରିୟମଠାରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ। ଏହାପରେ ସମ୍ବଲପୁର ଭେଦିକ ଆନ୍ତର୍ଜାତିକ ସ୍କୁଲରେ ରୋବୋଟିକ୍ ସେଣ୍ଟରର ଲୋକାର୍ପଣ କରିବେ। ପରେ ମାଝିପାଲିଠାରେ ଓଡିଶାର ପ୍ରଥମ ସ୍କିଲ୍ ଇଣ୍ତିଆ ସେଣ୍ଟରର ଉଦ୍ଦଘାଟନ କରିବା ନେଇ କାର୍ଯ୍ୟକ୍ରମ ରହିଛି । ଶେଷରେ ସମ୍ବଲପୁର ପିଏମ୍ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରୁ ଭିଡିଓ କନଫରେନିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହା ସହ ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ୪୨ଟି ଡାକଘରର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରେ ପିଏମ୍ ସ୍ୱନିଧି ଯୋଜନା ସମ୍ପର୍କିତ ରାଷ୍ଟ୍ରୀୟ ଉଦ୍ୟମିତା ବିକାଶ ପରିଯୋଜନାର ଶୁଭାରମ୍ଭ କରିବେ।
ଅଧିକ ପଢନ୍ତୁ: ଜୀବନ ହାରିଲେ ମାଟ୍ରିକ ଛାତ୍ର