ବଲାଙ୍ଗିର : ଆଜି ଭବାନୀପାଟଣା ଜେଲରୁ ବାହାରିବେ ଧୀମାନ ଚକମା। ୪୦ ଦିନ ଜେଲରେ ରହିବା ପରେ ଆଜି ଜାମିନରେ ବାହାରିବେ ଧୀମାନ। IAS ଧୀମାନ ଚକମାଙ୍କୁ ମିଳିଲା ଜାମିନ। ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ ।
ସୂଚନା ଅନୁଯାୟୀ ଲାଞ୍ଚ ନେଲା ବେଳେ ଗିରଫ କରିଥିଲା ଭିଜିଲାନ୍ସ।କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା ଜୁନ ୮ ତାରିଖ ରବିବାର ରାତିରେ ଜଣେ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ସେତେବେଳେ ଭିଜିଲାନ୍ସ ତାଙ୍କ ଘରୁ ନଗଦ ୪୭ ଲକ୍ଷ ୪୭ ହଜାର ୬ ଶହ ଟଙ୍କା ଜବତ କରିଥିଲା। ପରେ ଉପ ଜିଲାପାଳ ଚକମାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରି ୯ ତାରିଖରେ କୋର୍ଟ ଚାଲାଣ କରିଥିଲା।
ସେଠାରେ ତାଙ୍କର ଜାମିନ ନା ମଞ୍ଜୁର ହେବାରୁ ଭବାନୀପାଟଣା ସ୍ଥିତ ଜିଲା କାରାଗାର ଯିବାକୁ ପଡିଥିଲା।