ଭୁବନେଶ୍ୱର : ଆଜି ରାଜ୍ୟରେ ଜାରି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଚଳିତବର୍ଷ ସମ୍ପୂର୍ଣ ବର୍ଷାରେ ଭିଜିବ ଦଶହରା। ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆସନ୍ତାକାଲି ସକାଳେ ଆହୁରି ଘନୀଭୂତ ହେବ। ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ତେଣୁ ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂକୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିକୁ ୟେଲୋ ଆଲର୍ଟ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ସେହିପରି ଆସନ୍ତାକାଲି ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ କନ୍ଧାମାଳ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ରହିଛି। ଏହାସହିତ ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ନବରଙ୍କପୁର, କଳାହାଣ୍ଡି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ ଓ କଟକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାସହିତ ୩୦ରୁ ୪୦ ବେଗରେ ପବନ ବୋହିବାର ପୂର୍ବାନୁମାନ ମଧ୍ୟ କରାଯାଇଛି। ତେବେ ବର୍ଷାକୁ ଦୃଷ୍ଟିରେ ରଖି ମତ୍ସଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।