ବୌଦ୍ଧଥାନା ବଘିଆପଡା ଫାଣ୍ଡି ଅଞ୍ଚଳରେ ଜଙ୍ଗଲ ମଧ୍ୟରେ ଚୋରା ଚାଲାଣ ପାଇଁ ବିପୁଳ ପରିମାଣର ଗଂଜେଇ ରଖାଯାଇଥିବାବେଳେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଜବତ କରାଯାଇଛି ।
ସୂଚନା ମୁତାବକ ନିର୍ବାଚନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ଯାଗାରେ ଚଢାଉ ଜାରି ରହିଥିବାବେଳେ ବଘିଆପଡା ଫାଣ୍ଡି ଅନ୍ତର୍ଗତ ଆଙ୍କୁନ ଓ ସାନବବଡା ଜଙ୍ଗଲରେ ଚୋରା ଚାଲାଣ ପାଇଁ ବିପୁଳ ପରିମାଣର ଗଂଜେଇ ଗଛିତ ଥିବା ସୂଚନା ପାଇ ଚଢାଉ କରାଯାଇଥିଲା । ଆଙ୍କୁନ ଗ୍ରାମ ନିକଟସ୍ଥ ଜଙ୍ଗଲରୁ ୫୧୫ କିଲୋ ଓ ସାନବବଡା ନକଟସ୍ଥ ଜଙ୍ଗଲରୁ ୫୬୦ କିଲୋ ଗଂଜେଇ ଜବତ କରାଯିବା ସହିତ ଦୁଇଟି ବାଇକ୍ ଅବକାରୀ ବିଭାଗ ଜବତ କରିଥିବା ସୂଚନା ମିଳିଛି । ଚାଲାଣକାରୀମାନେ ଫେରାର ହୋଇଯାଇଥିବାବେଳେ ଏ ସଂପର୍କରେ ତଦନ୍ତ ଚାଲିଥିବା ଜିଲା ଅବକାରୀ ଅଧିକ୍ଷକ ଶାନ୍ତିଲତା ମାରାଣ୍ଡି ସୂଚନା ଦେଇଛନ୍ତି । ଜବତ ଗଂଜେଇର ଆନୁମାନିକ ମୂଲ୍ୟ ୧ କୋଟି ୭୫ ଲକ୍ଷ ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଚଢାଉରେ ଅନ୍ୟମାନଙ୍କ ମଧ୍ୟରେ ଅବକାରୀ ଇନିସପେକ୍ଟର(ମୋବାଇଲ) ପ୍ରମୋଦ କୁମାର ବଣୁଆ,ସବଇନିସପେକ୍ଟର ସତ୍ୟନାରାୟଣ ପ୍ରଧାନ,ଏଏସଆଇ ଅସିତ କୁମାର ପ୍ରଧାନ,ପ୍ରିୟରଂଜନ କହଁର ଓ ରେଣୁପ୍ରିୟା ଦେହୁରୀଙ୍କ ସମେତ ଅବକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ ।
ଅଧିକ ପଢନ୍ତୁ : ସୋରଡ଼ା ସଭାରେ ନବୀନ ସରକାରଙ୍କୁ ଶାହଙ୍କ ଟାର୍ଗେଟ